ଦଶମ ଏବଂ ଦ୍ବାଦଶ ଶ୍ରେଶୀ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ…

Photo:social media

ବାସ୍ତବବ୍ୟୁରୋ :(ଭୁବନେଶ୍ବର) ରାଜ୍ୟର କରୋନା ସ୍ତୁତିକୁ ନଜରରେ ରଖି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଦଶମ ଏବଂ ଦ୍ବାଦଶ ଶ୍ରେଶୀ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଧେଶ ଦେଇଛନ୍ତି ।ଏହା ସହ ଆସନ୍ତା ୧୯ ତାରିଖ ଠାରୁ ରାଜ୍ୟର ସମସ୍ତ ସ୍କୁଲ ଓ ହଷ୍ଟେଲ ବନ୍ଦ ହେବା ନେଇ ନିର୍ଦେଶନାମା ଜାରି କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ ଅନୁଯାଇ,ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରାଯାଇଛି । କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବ |

ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ। ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ ।

ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଉତ୍ତରପ୍ରଦେଶରେ ୨୨୪୩୯ ମାମଲା, ଦିଲ୍ଲୀରେ ୧୭ ହଜାରରୁ ଅଧିକ କରୋନା ମାମଲା ରେକର୍ଡ ....

Thu Apr 15 , 2021
ବାସ୍ତବବ୍ୟୁରୋ :ଗୋଟିଏ ଦିନରେ ଦୁଇ ଲକ୍ଷରୁ କରୋନା ଅଧିକ ସଂକ୍ରମଣ ଜୀବାଣୁ ରେକର୍ଡ ହେବା ପରେ ଭାରତରେ ମୋଟ ସଂକ୍ରମଣ ଏକ କୋଟି ୪୦ ଲକ୍ଷ ୭୪ ହଜାର ୫୬୪ ରେ ପହଞ୍ଚିଛି। ଏହି ସମୟରେ ଏହି ରୋଗ ହେତୁ ୧୦୩୮ ଜଣଙ୍କର ମୃତ୍ୟୁ ଘଟିଛି। ଦେଶରେ କରୋନା ରୋଗର ସକ୍ରିୟ ମାମଲା ବର୍ତ୍ତମାନ ୧ .୪ ମିଲିୟନ ଅତିକ୍ରମ କରିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

You May Like

Pin It on Pinterest