
ବାସ୍ତବବ୍ୟୁରୋ: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାନୁଯାଇ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି |ଏଥିପାଇଁ ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି |
ଏହି ୨୧ଟି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର । ଏହି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି ।ବର୍ଷା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନର ବହିପାରେ ।ତେଣୁ ପାଣିପାଗ ବିଭାଗ, ଏହି ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଏହି ସବୁ ଅଂଚଳର ଲୋକ ମାନଙ୍କୁ ପରାମର୍ଶ ଦେଇଛି |



