ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ପ୍ରାଥୀପତ୍ର ଦାଖଲ କରିବେ…

ବାସ୍ତବବ୍ୟୁରୋ:ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ମୃତ୍ୟୁ ପରେ ବାତିଲ ହୋଇଥିବା ନିର୍ବାଚନ ପାଇଁ ନୂଆ ପ୍ରାର୍ଥୀ ଆଜି କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କରିବେ । କଂଗ୍ରେସର ନୂଆ ପ୍ରାର୍ଥୀ ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ପୂର୍ବାହ୍ଣ ସାଢ଼େ ୧୧ଟାରୁ ସାଢ଼େ ୧୨ଟା ଭିତରେ ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଶ୍ରୀ ମଙ୍ଗରାଜଙ୍କ ମୃତ୍ୟୁ ପରେ ନିର୍ବାଚନ କମିସନ ନୂଆ ବିଜ୍ଞପ୍ତି ଜାରି କରିଥିଲେ ।

ବିଜ୍ଞପ୍ତି ଅନୁସାରେ ଅନ୍ୟ ଦଳର ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଥିବାବେଳେ କେବଳ କଂଗ୍ରେସ ପ୍ରାର୍ଥିପତ୍ର ଦାଖଲ କରିବ।ତଦନୁସାରେ ଆଜି ପ୍ରାଥୀ ପତ୍ର ଦାଖଲର ଶେଷ ତାରିଖରେ କଂଗ୍ରେସ ପ୍ରାଥୀ ପ୍ରାଥୀପତ୍ର ଦାଖଲ କରିବେ |

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର...

Mon Apr 26 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୪୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୨୯୩୧ଜଣ ସୁସ୍ଥ ହୋଇ […]

You May Like

Pin It on Pinterest