ବାସ୍ତବବ୍ୟୁରୋ:(ଭୁବନେଶ୍ୱର)ଆଜି ରାଜ୍ୟରେ ଗତକାଲି ତୁଳନାରେ ଦୈନିକ ସଂକ୍ରମଣ କମିଛି |ରାଜ୍ୟରେ ୬୯୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ସତ ହେଲେ ଲୋକଙ୍କ ମନରେ ଡର ବଢି ବଢି ଚାଲିଛି । ଗତ କାଲିଠାରୁ ଆଜି ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ କମିଥିଲେବି ରାଜ୍ୟର ସର୍ବାଧିକ ସଂକ୍ରମିତ ଜିଲ୍ଲା ତାଲିକାରେ ରହିଛି |
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ସଂକ୍ରମିତ ଚିହ୍ନଟହୋଇଥିବା ବେଳେ, କଟକରୁ ୫୧୭ ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, , ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡ଼ରୁ ୧୨୧ ଲେଖାଏଁ, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୪, ବୌଦ୍ଧରୁ ୬୫ ଓ ଷ୍ଟେଟ୍ ପୁଲ୍ରୁ ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।