ଏମସିଏଲ୍ ହସ୍ପିଟାଲକୁ କୋଭିଡ୍‌-୧୯ ହସ୍ପିଟାଲରେ ପରିଣତ କରିଥିବାରୁ- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ…

ବାସ୍ତବବ୍ୟୁରୋ: ଗତ ଏପ୍ରିଲ ୨୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ୍‌-୧୯ ହସ୍ପିଟାଲରେ ପରିଣତ କରିବା ପାଇଁ, କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ।ଶ୍ରୀ ପ୍ରଧାନଙ୍କ ଅନୁରୋଧ ରକ୍ଷା କରି ଏମସିଏଲ୍ ହସ୍ପିଟାଲକୁ କୋଭିଡ୍‌-୧୯ ହସ୍ପିଟାଲରେ ପରିଣତ କରିବାକୁ ଆଜି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅନୁମତି ଦେଇଛନ୍ତି। ଏନେଇ ଟୁଇଟ କରି ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେବା ସହ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସେ ଟୁଇଟରେ ଲେଖିଛନ୍ତିଯେ ,” ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍‌-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼୍ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଥିବାରୁ ପ୍ରଧାନମନ୍ତ୍ରୀ ଜୀ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଧନ୍ୟବାଦ। ବର୍ତ୍ତମାନର କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର ଦେଶରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ୍ କରିବା ଦିଗରେ ପ୍ରାଥମିକତା ଦେଉଛନ୍ତି । ଏମଏସଏଲର ଏହି ପଦକ୍ଷେପ ଦ୍ୱାରା ଅନୁଗୁଳ ଜିଲ୍ଲା ତଥା ଆଖପାଖ ଅଞ୍ଚଳର କୋଭିଡ୍ ରୋଗୀମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ” ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Sat May 1 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୪୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୭୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୫୪୧୪ଜଣ ସୁସ୍ଥ ହୋଇ ଘରକୁ […]

You May Like

Pin It on Pinterest