ବାସ୍ତବବ୍ୟୁରୋ:(ମନୋଜ ମହାନ୍ତି)ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି, ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଡକାଇ ଥିଲେ | ସ୍ବତନ୍ତ୍ର ରିଲିଫ କମିଶନର, ବିଭିନ୍ନ ବିଭାଗର ସଚିବ, ଏନଡିଆରଏଫର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଥିଲେ । ଅତତ ବ୍ୟତିରେ ସମ୍ଭାବ୍ୟ ବାତ୍ୟାରେ, ପ୍ରଭାବିତ ହେବାକୁ ଥିବା ୧୦ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଏହି ବୈଠକରେ ଯ଼ୋଗ ଦେଇଥିଲେ ।
ଆଜି ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଆସନ୍ତା କାଲି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ପର୍ୟ଼୍ୟାୟକ୍ରମେ ଏକ ଡିପ-ଡିପ୍ରେସନର ରୂପ ନେବ,ଏବଂ ପରେ ଏକ ବାତ୍ୟା ବା ସାଇକ୍ଲୋନିକ ସର୍କୁଲେସନରେ ପରିଣତ ହେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ମେ ୨୬ ସନ୍ଧ୍ୟା ସୁଦ୍ଧା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।