
ବାସ୍ତବବ୍ୟୁରୋ:ନି.ପ୍ର- ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାଇ, ଆଜି ରାଜ୍ୟର ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ,ଅବଶିଷ୍ଟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ | ଜାରି ରହିବ ପ୍ରାକ୍ ମୌସୁମୀ ବର୍ଷା ।
ଏଥିସହ ମଙ୍ଗଳବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାସହ, ପବନ ବୋହିବାର ସମ୍ଭାବନା ରହିଥିବାରୁ, ଏହି ଜିଲ୍ଲାଗୁଡିକ ପାଇଁ ୟେଲା ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ସ୍ୱତନ୍ତ୍ର ରିଲିଫ୍ କମିଶନର୍ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ଚିଠି ଲେଖିଜଣାଇଛନ୍ତି ।
୧୧ ତାରିଖ ପାଖାପାଖି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ଅଛି |ଏହାର ପ୍ରଭାବରେ ବର୍ଷା ହେବା ସହ ମୌସୁମୀର ବି ଆଗମନ ସମ୍ଭାବନା ରହିଛି ବୋଲି,ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।