ତ୍ରିନାଥ ବାରିକ(ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେଲା । ପରମ୍ପରା ଅନୁଯାୟୀ ମହାପ୍ରଭୁ ନନ୍ଦା-ଭଦ୍ରାରେ ବସି ଚାପ ଖେଳିଛନ୍ତି। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମ-କୃଷ୍ଣଙ୍କ ସମେତ ପଞ୍ଚ ମହାଦେବ ଜମ୍ବେଶ୍ବର, ଲୋକନାଥ, କପାଳମୋଚନ, ମାର୍କଣ୍ଡେଶ୍ବର ଓ ନୀଳକଣ୍ଠେଶ୍ବର ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ଡ ଦେଇ ନରେନ୍ଦ୍ର ପୁଷ୍କରିଣୀରେ ବିଜେ କରିଛନ୍ତି। ଚନ୍ଦନ ଚକଡ଼ାରେ ଚନ୍ଦନ ନୀତିକାନ୍ତି ପରେ ନନ୍ଦା-ଭଦ୍ରାରେ […]