ସଂଜୟ ଶତପଥୀ(ବାସ୍ତବ ବ୍ୟୁରୋ): ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା ।କାଲିପରି ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । କୁଆପଥର ମାଡ଼ ସହ ୪୦ରୁ ୫୦ କିମି ବେଗରେ ବହିପାରେ ପବନ । ଏନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ […]

ସଂଜୟ ଶତପଥୀ(କଟକ): ତା୧୭/୦୩/-ସହରାଞ୍ଚଳ ରେ ବସ୍ତିବିକାଶ ଓ ପୁନର୍ବାସ ତଥା ଜାଗାମିଶନ ରେ ବସ୍ତି ବାସିନ୍ଦା ଙ୍କୁ ସର୍ଭେ ମାଧ୍ୟମରେ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିଛନ୍ତି ସରକାର ଓ ପ୍ରଶାସନ ।ପ୍ରଥମେ ବସ୍ତୀ ପଞ୍ଜିକୃତ କରାଇଲେ ଓ ଏବେ ସର୍ଭେ କରି ପରିବାର ତାଲିକା କଲେ ।କିନ୍ତୁ ତାଲିକାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି । ବିଶେଷ କରି ଜଗତପୁର ଅଞ୍ଚଳରେ ଦୀର୍ଘ ବର୍ଷ ଧରି ରହିଆସୁଥିବା […]

ପ୍ରମୋଦନାୟକ(ଭୁବନେଶ୍ବର): ମାର୍ଚ୍ଚ ୧୫ରୁ ଧାରଣା ଦେବ ଓଡ଼ିଶା ଡ୍ରାଇଭର ମହାସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତାକାଲି ଠାରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ଏବେ ଦଶମ ପରୀକ୍ଷା ଚାଲିଥିବା ହେତୁ ଭୁବନେଶ୍ୱର ସହରରେ କୌଣସି ଧାରଣା ଦିଆଯିବନାହିଁ ବୋଲି ସଂଘ କହିଛି। ଓଡ଼ିଶା ଡ୍ରାଇଭର ମହାସଂଘ ସହ ଓଡ଼ିଶା ମଟର ଚାଳକ ସଂଘ, ନାଇଟ ହେଲ୍ପ ଟ୍ରଷ୍ଟ କ୍ୟାବ ସର୍ଭିସ୍ ସଂଘ, ଓଡ଼ିଶା ପରିବହନ ଚାଳକ ସଂଘ ଓ […]

ପ୍ରମୋଦ ନାୟକ(ଭୁବନେଶ୍ୱର): ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଆଜି ବିଧାନସଭାରେ ଶୂନ୍ୟକାଳରେ ପ୍ରଶ୍ନ ଉଠାଇବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ।‘ମାଟ୍ରିକ୍‌ ପରୀକ୍ଷାରେ ୧୫ ହଜାରରୁ ଅଧିକ ପିଲା ଅନୁପସ୍ଥିତକୁ ନେଇ ଶିକ୍ଷା ମନ୍ତ୍ରୀଙ୍କୁ ଘେରିଲେ ଜୟନାରାୟଣ। ଡ୍ରପଆଉଟ ଅନୁପାତରେ ପୂରା ଭାରତରେ ଓଡିଶା ଏକ ନମ୍ବର ପାଲଟିଥିଲାବେଳେ। ପରୀକ୍ଷା ବେଳେ ମନ୍ତ୍ରୀ ପରିଦର୍ଶନ ନାଁରେ ସ୍କୁଲ ଯାଇ ପିଲାଙ୍କ ସହ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ପିଲାଙ୍କ ସ୍ଥିରତା […]

ସଂଜୟ ଶତପଥୀ(କଟକ): କଟକ ବକ୍ସିବଜାରସ୍ଥିତ ପାନ୍ଥନିବାସ ସଭାଗୃହରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ପକ୍ଷରୁ ସଭାପତି ତଥା ସାପ୍ତାହିକ ସମ୍ବାଦପତ୍ର “ନବୀନ” ର ମୂଖ୍ୟ ସମ୍ପାଦକ ବରିଷ୍ଠ ସାମ୍ବାଦିକ ଶ୍ରୀ ରବି ରଥଙ୍କ ସଭାପତିତ୍ବରେ ସଂଘର ସାଧାରଣ ପରିଷଦ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବହୁଚର୍ଚ୍ଚିତ ସମ୍ବାଦପତ୍ର “ପର୍ଯ୍ୟବେକ୍ଷକ”ର ମୁଖ୍ୟ ଶ୍ରୀ ପବିତ୍ର ମୋହନ ସାମନ୍ତରାୟ,”କଳିଙ୍ଗ ପ୍ରଭା”ର ମୁଖ୍ୟ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡକ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ କଟକ ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଖବର ଅନୁଯାଇ, ଗତକାଲି ବିଳମ୍ବିତ ରାତିରେ ବାଲିଆ ଅଧିକାରୀ ବିଭାନ ନାମକ ଠାକୁର ଗାଦି ଭୋଗ ଖାଇ ଦୁହୁରିଆରୁ ବାଲିଆ ଫେରୁଥିବା ବେଳେ କଟକ-ଚାନ୍ଦବାଲି […]

ପ୍ରମୋଦ ନାୟକ(ଭୁବନେଶ୍ୱର): ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ନିରୋଳା ଜାଗାକୁ ଡାକି ନେଇ ଦୁଷ୍କର୍ମ ଉଦ୍ୟମ ।ଏହି ଅଭିଯୋଗରେ ଅଭିଯୁକ୍ତକୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ସତ୍ୟନାରାୟଣ ସାହୁ ନାମକ ଯୁବକ, ଯାଜପୁରର ଅଞ୍ଚଳର ଜଣେ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ନିକାଞ୍ଚନ ଜାଗାକୁ ଡାକି ନେଇ ଦୁଷ୍କର୍ମ ଉଦ୍ୟମ କରିଥିଲା। ଯୁବତୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଅଭିଯୁକ୍ତକୁ ଧରି ନିର୍ଧୂମ ପିଟିବା ପରେ, ପିସିଆରକୁ କଲ କରିଥିଲେ। […]

ପ୍ରତାପରୁଦ୍ର(ପୁରୀ): ଗତକାଲି ପୁରୀ ଟାଉନ୍‌ ଥାନା ଅନ୍ତର୍ଗତ ଲକ୍ଷ୍ମୀବଜାରରେ ରାତି ସାଢ଼େ ୮ଟାରେ ସମ୍ରାଟ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁ ୨୦ ଘଣ୍ଟା ପରେ ମଧ୍ୟ ଅଣାୟତ୍ତ ରହିଥିବା ବେଳେ ଅଗ୍ନିଶମ ବାହିନୀ ନିଆଁ ଲିଭାଇବା ପାଇଁ ଜୋରଦାର ଉଦ୍ୟମ କରିଥିଲେ ମଧ୍ୟ ସଂପୂର୍ଣ୍ଣ ରୂପେ ସଫଳ ହୋଇନାହାନ୍ତି। ଏହାରି ମଧ୍ୟରେ ମହାରାଷ୍ଟ୍ରର ପୁନେସ୍ଥିତ ନ୍ୟାସନାଲ୍‌ ଫାୟର ସର୍ଭିସ୍ କଲେଜର ସ୍ୱତନ୍ତ୍ର ଟିମ୍‌ ଘଟଣାସ୍ଥଳକୁ ପହଞ୍ଚିଛନ୍ତି। ଓଡ଼ିଶା ଅଗ୍ନିସେବା ଅଧୀନରେ […]

ଦେବକାନ୍ତ ମହାନ୍ତି(ଚାନ୍ଦବାଲି): ଆସିଛି ଫଗୁଣ ,ତା ସହ ଆସିଛି ରଙ୍ଗର ପର୍ବ ହୋଲି।ଆଉ ସେହି ହୋଲି ରଙ୍ଗରେ ରଙ୍ଗିନ ହେବାକୁ ଧରାବତରଣ କରିଛନ୍ତି ରାଧାକୃଷ୍ଣ । ହୋଲି ଖେଳିବା ପାଇଁ ମେଳଣ ପଡିଆରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ । ଚାନ୍ଦବାଲି ବ୍ଲକର ମତୋ ମେଳଣ ହେଉଛି ଐତିହାସିକ ଦେଶ ମେଳଣ ।୧୮୦୧ ମସିହାରୁ କନିକା ରାଜାଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ମେଳଣ ଏବେ ଦୁଇଶହ ବାଇଶି […]

ପ୍ରମୋଦ ନାୟକ(ଭୁବନେଶ୍ବର): ରାଜଧାନୀରେ ହୋଲି ପାଇଁ ସଜାଗ କମିଶନରେଟ ପୋଲିସ। ସ୍ପେଶାଲ ସ୍କ୍ୱାର୍ଡ ଓ ଟିମ-୬୦ ରାଜଧାନୀ ଉପରେ ରଖିବ ତିଖ୍ନ ନଜର। ଏ ନେଇ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ଡିସିପି  ପ୍ରତୀକ ସିଂ ସୂଚନା ଦେଇ କହିଛନ୍ତି କି, ରାଜଧାନୀରେ ସକାଳ ୭ଟାରୁ ଅପରାହ୍ଣ ୩ଟା ଯାଏ ହୋଲି ପାଳିବାକୁ ଅନୁମତି ଦିଆଯାଇଛି। ଏହି ସମୟରେ ସ୍ପେଶାଲ ସ୍କ୍ୱାର୍ଡ ଓ ଟିମ-୬୦ ରାଜଧାନୀ ଉପରେ […]

Pin It on Pinterest